Odia News Portal

ଘର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ

ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଘର ପ୍ରଦାନ କରିବେ ରାଜ୍ୟ ସରକାର । ଏହାଦ୍ୱାରା ୫ ଟି ମହାନଗର ନିଗମ ଅଧିନରେ ୯୩୮ଟି ବସ୍ତିର ପ୍ରାୟ ୧ ଲକ୍ଷ ୯୦ ହଜାର ପରିବାରର ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହୋଇପାରିବେ । ଏହି କାର୍ୟ୍ୟ ୬ ମାସ ଭିତରେ ସଂପୂର୍ଣ୍ଣ କରାଯିବ । ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ ବସ୍ତିବାସିନ୍ଦାଙ୍କୁ ୪୫ ବର୍ଗ ମିଟର ଯାଏ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ ।
ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଘର ଯୋଗାଇ ଦିଆଯିବା ନେଇ ନିଷ୍ପତ୍ତି ହୋଇଛି ।