Odia News Portal

୨୬ରେ ଦିଲ୍ଲୀ ଯିବେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ନୂଆଦିଲ୍ଲୀରେ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ନିତି ଆୟୋଗ ବୈଠକରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖ ଅପରାହ୍ନରେ ଦିଲ୍ଲୀ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି ।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିକୁ ଦୋହରାଇବା ସହ ଗ୍ରୀନ୍ ସେସ୍ , ଖଣି ରୟାଲିଟି ପରିମାଣ ବୃଦ୍ଧି, ବ୍ୟାଙ୍କିଙ୍ଗ ଓ ମୋବାଇଲ ନେଟୱାର୍କିଂ ସୁବିଧା ଆଦି ପ୍ରସଙ୍ଗରେ ଦାବି ଉତଥାପନ କରିବେ ବୋଲି ଜଣାପଡ଼ିଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୨୮ତାରିଖ ଅପରାହ୍ନରେ ଭୁବନେଶ୍ୱର ଫେରିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଏହି ଗସ୍ତ କାଳରେ ୨୮ତାରିଖରେ ନୂଆ ସଂସଦ ଭବନ ଉଦଘାଟନ ସମାରୋହରେ ମଧ୍ୟ ଉପସ୍ଥିତ ରହିବେ ।