Odia News Portal

ରାଜ୍ୟରେ କମୁଛି ଶୀତର ଲହରୀ

ରାଜ୍ୟରେ ଧୀରେ ଧୀରେ କମୁଛି ଜାଡ । ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ଅଧିକ ରହୁଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟମ ରେକର୍ଡ ହୋଇଛି। ରାତିର ତାପମାତ୍ରାରେ ଗତ ୨୪ ଘଣ୍ଟାରେ ବିଶେଷ ପରିବର୍ତ୍ତନ ଘଟିନାହିଁ। କିନ୍ତୁ ଉପକୂଳ ଓଡ଼ିଶାରେ ରାତିର ତାପମାତ୍ରା ଓ ସ୍ୱାଭାବିକ ତାପମାତ୍ରା ମଧ୍ୟରେ ବ୍ୟବଧାନ ୦.୪ରୁ ୦୭ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ପ୍ରାୟ ଅଞ୍ଚଳରେ ୨ ରୁ ୩ ଡିଗ୍ରୀ ଅଧିକ ରହିଛି।
୧୦ ତାରିଖରେ ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ତାରିଖରେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ୧୦ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୧ତାରିଖରେ ବଢିବ ବର୍ଷାର ପରିମାଣ। ଅବଶିଷ୍ଟ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।