Odia News Portal

ପିପିଲି ପ୍ରଚାର ବେଳେ ଟଳି ପଡ଼ିଲେ ଅଜିତ୍

ବର୍ତ୍ତମାନ ସୁଦ୍ଧା ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଥିବା ଡାକ୍ତରଙ୍କ ସୂଚନା |

ପିପିଲି: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ । ପିପିଲିରେ ଉପନିର୍ବାଚନରେ ପ୍ରଚାର ପାଇଁ ବାହାରୁ ଥିବା ସମୟରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡ଼ିଛନ୍ତି । ତେବେ ତାଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ପିପିଲି ନିକଟବର୍ତ୍ତୀ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ସମୟରେ ହଠାତ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ। ତୁରନ୍ତ ତାଙ୍କ ସମର୍ଥକ ମାନେ ଚିକିତ୍ସା ନିମନ୍ତେ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେପେଟେ ଖବର ପାଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କୁ ଭେଟି ସ୍ୱାସ୍ଥବସ୍ଥା ବିଷୟରେ ଡାକ୍ତରଙ୍କ ଠାରୁ ପଚାରି ବୁଝିଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଥିବା ଡାକ୍ତର ଜଣାଇଛନ୍ତି |