ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମଧୁସ୍ମିତା ଆଚାର୍ୟ୍ୟଙ୍କୁ କଂଗ୍ରେସ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି । କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ବିଧିବଦ୍ଧ ଭାବେ ମଧୁସ୍ମିତାଙ୍କୁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ।  ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍, ଓଡ଼ିଶୀ ନୃତ୍ୟ ଶିଳ୍ପୀ । କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡିତ ଥିଲେ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ । ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ତାଙ୍କୁ ମେୟର ପ୍ରାଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।
ପୌର ନିର୍ବାଚନ ପାଇଁ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୭ ତାରିଖ ପର୍ୟ୍ୟନ୍ତ ଚାଲିବ । ୧୪ ତାରିଖ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହିଭଳି ୨୪ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିବା ବେଳେ ୨୬ ମାର୍ଚ୍ଚରେ ଭୋଟ ଗଣତି ହେବ । ମୋଟ ୧୦୬ଟି ପୌରାଞ୍ଚଳ ଏବଂ ୩ଟି ମହାନଗର ନିଗମ ପାଇଁ ପଡିବ ଭୋଟ ।
													
								 Sign in							
							
								
									
											
										
											
		
					
								
			
			
	
										
									
								
							
												
				
				
				 Sign in
				
					
						
						
										
				
			
			Recover your password.
A password will be e-mailed to you.
						
			