Odia News Portal

ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

 ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ସ୍ଥିତିର ସମୀକ୍ଷା କରିବା ସହ ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଳୁରୁ – ହାୱଡା ଏକ୍ସପ୍ରେସରେ ପଶ୍ଚିମବଙ୍ଗର ଅନେକ ଯାତ୍ରୀ ଯିବାଆସିବା କରିଥାଆନ୍ତି।

ବାଲେଶ୍ଵର ଟ୍ରେନ୍ ଦୁର୍ଘଟଣାରେ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ
ଷ୍ଟାଲିନ୍ । ତାମିଲନାଡୁ ମୃତକଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କ ପରିବାରକୁ ୧ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି ।