Odia News Portal

ଆଉ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ଆଜି ୨୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱର, କଟକ, ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, ବରଗଡ, ପୁରୀ, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଓ ରାଉରକେଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।