Odia News Portal

କମୁନି ମୃତ୍ୟୁ ସଂଖ୍ୟା, ଆଜି ବି ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩ ଜଣ, ଭୁବନେଶ୍ୱରରୁ ୨, ଭଦ୍ରକ, କଟକ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।