Odia News Portal

କରୋନା ନେଲା ଆଉ ୧୬ ମୁଣ୍ଡ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ବରଗଡ଼, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।