Odia News Portal

ଦିନକରେ ୭୭୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ()   ଦେଶରେ ଗତ ୨୪ଘଣ୍ଟାରେ ୫୫,୦୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୭୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୩୮,୮୭୧ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୩୫,୭୪୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୫୭,୮୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫,୪୫,୩୧୮ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୪ହଜାର ୭୨୯, ଦିଲ୍ଲୀରେ ୩୯୩୬, ତାମିଲନାଡ଼ୁରେ ୩୮୩୮, ଗୁଜୁରାଟରେ ୨୪୧୮ଜଣଙ୍କର ମୃତ୍ୟୁ ହୋଇସାରିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।