Odia News Portal

ରାଜ୍ୟରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଅଛନ୍ତି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।