Odia News Portal

ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ଼, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ୨ଜଣ ଲେଖାଏଁ ରହିଛନ୍ତି । ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର , ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି