Odia News Portal

ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।