Odia News Portal

ରାଜ୍ୟରେ ଆଉ ୨ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।