Odia News Portal

ଆଉ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାରୁ ହୋଇଥିବା ସୂଚନା ମିଳିଛି |

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୦୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।