Odia News Portal

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରଖିଲେ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ବର: ୪ଜିଲ୍ଲାରେ ବଢ଼ିବ ବେଡ ସଂଖ୍ୟା । ସମ୍ବଲପୁର, ସୁନ୍ଦରଗଡ, ଝାରୁସୁଗୁଡା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ଗ୍ରହଣ କରିଛନ୍ତି ପ୍ରହ୍ଲାଦ ଯୋଶୀ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୭ ତାରିଖରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୫୦ଟି ବେଡ଼୍ ସହ ଅକ୍ସିଜେନ୍ ସଂଯୁକ୍ତ ବେଡ଼୍, ଆଇସିୟୁ, ଭେଂଟିଲେଟର ତଥା ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିବା ସମୟରେ ଯୋଶୀ ଏହି ଚିଠିର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧକୁ ପ୍ରାଥମିକତା ଦେଇ ପଦକ୍ଷେପ ନେବାକୁ ଏମଏସିଏଲକୁ ନିର୍ଦ୍ଦେଶ ଦେଇଥିବା ଉଲ୍ଲେଖ କରିଛନ୍ତି । ଏହି ସଂକଟ ସମୟରେ ଓଡିଶାରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବାରୁ ପଧ୍ରାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।