Odia News Portal

୧୬ରୁ ଦେଶରେ ଟିକାକରଣ

ନୂଆଦିଲ୍ଲୀ: ଜାନୁଆରୀ ୧୬ରୁ ସାରା ଦେଶରେ ଟିକାକରଣ । ଜାନୁଆରୀ ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ ଆରମ୍ଭ ହେବ। ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବାର ଯୋଜନା କରାଯାଇଛି । ଏହାପରେ ୫୦ ବର୍ଷରୁ ଅଧିକ ବୟସ୍କ ତଥା ଗମ୍ଭୀର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ଟିକା ଦିଆଯିବ।

ସର୍ବମୋଟ ୩୦ କୋଟି ନାଗରିକଙ୍କୁ ଟିକା ଦେବା ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ସଠିକ ଭାବେ ଟିକାକରଣ ନିମନ୍ତେ ଦେଶର ସମସ୍ତ ରାଜ୍ୟରେ ଟିକାର ଡ୍ରାଏ ରନ୍ ଚାଲିଥିଲା। ସେହିଭଳି ଓଡ଼ିଶାର ୩୦ ଜିଲ୍ଲାରେ ମଧ୍ୟ ଟିକାର ଡ୍ରାଏ ରନ୍ ହୋଇଛି।