Odia News Portal

ଆଜି ଆଉ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ଆଜି ୧୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।