ଭୁବନେଶ୍ୱର() ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୭୯ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୧୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୦ ଜଣଙ୍କର ମୃତ୍ୟୁ ହୋଇଛି ।