Odia News Portal

ପ୍ରଦୀପ ପାଣିଗ୍ରାହୀଙ୍କ ପରେ ବନ୍ଧା ହେଲେ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ

ଠକେଇ ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଏସଆଇଟି ।ସର୍ବେଶ୍ୱର ରାଓ ଚାକିରୀ ଦେବା ନାଁରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଥିଲା ଏ ନେଇ ଗତକାଲି ସର୍ବେଶ୍ୱର ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମୁହାଁ ମୁହିଁ ଜେରା କରିଥିଲା କ୍ରାଇମବ୍ରାଞ୍ଚ ।

ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ପୂର୍ବରୁ ଗିରଫ କରିଛି। ଟାଟା କମ୍ପାନୀରେ ଚାକିରି କରାଇଦେବା ପ୍ରତିଶୃତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା ।ଚାକିରି କରାଇ ଦେବା ନେଇ କୋଟି କୋଟି ଟଙ୍କା ଠକିଥିବାର ପ୍ରମାଣ କ୍ରାଇମବ୍ରାଞ୍ଚ ହାତରେ ଲାଗିବା ପରେ ଆଜି ସର୍ବେଶ୍ୱରଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । । ସର୍ବେଶ୍ୱରଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ସଂଗ୍ରହ କରୁଥିଲେ ଆକାଶ ପାଠକ।

ଏହି ଅଭିଯୋଗର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଧାରା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦(ଖ)ରେ ମାମଲା ରୁଜୁ କରାଯାଇଛି।ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କର ରିମାଣ୍ଡ ଅବଧି ସରି ଥିବା ବଳେ ଆଜି ତାଙ୍କୁ କୋର୍ଟରେ ହାଜର କରାଯିବା ପରେ ପୁଣି ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଛି।