Odia News Portal

ଅଶାନ୍ତ ବାତ୍ୟା ଅସାନି, ପୁରୀଠାରୁ ୬୧୦ କିଲୋମିଟର ଦୂରରେ

ସମୁଦ୍ର ଭିତରେ ଅଶାନ୍ତ ହେଉଛି ବାତ୍ୟା ଅସାନି । ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଭୀଷଣ ସାମୁଦ୍ରିକ ଝଡ଼ । ତେବେ ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାର ରୂପ ନେବ । ଏବେ ପୁରୀଠାରୁ ୬୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ବିଶାଖାପାଟଣାଠାରୁ ୪୫୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା ।

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ । ଏହା ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ରିକର୍ଭ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବ ବାତ୍ୟା । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସାମ୍ବାଦିକ ସମ୍ମିଳନୀ ଜରିଆରେ ଦେଉଛନ୍ତି ସୂଚନା  ।