Odia News Portal

ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଟିକାୟତ ପାଲି ଥାନା ଅନ୍ତର୍ଗତ ଦେବଗଡ଼ ଏବଂ ବଣାଇ ସୀମା ନିକଟରେ ଥିବା ଏକ ଜଙ୍ଗଲରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଟିକାୟତ ପାଲି ଥାନାର ତିଳେଇବଣି ନିକଟ କାଟେଇ ଗ୍ରାମର ପଠାଣି ଭୁଇଁଆ ସ୍ୱାମୀ ମରିଗଲା ପରେ ଏକ ମାତ୍ର ଶିଶୁ ପୁତ୍ରକୁ ଧରି ରହୁଥିଲେ। ଦିନ ମଜୁରିଆ ଭାବେ କାମ କରି ପରିବାର ଚଳାଉଥିଲେ। ତେବେ ଆଜି ଜଙ୍ଗଲରୁ ତାଙ୍କର କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବଣାଇ ଏସଡିପିଓ, ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।