Odia News Portal

ଅପରାହ୍ନ ସାଢେ ୪ଟାରେ ପୋଲିସ ଡିଜିଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନ ସାଢେ ୪ଟା ବେଳେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ପୋଲିସ ଡିଜି ଅଭୟ । ତେବେ କରୋନା ସ୍ଥିତି ନେଇ କିଛି ବଡ଼ ଘୋଷଣା କରିବେ ବୋଲି କୁହାଯାଉଛି ।ତେବେ ଏହି ମଧ୍ୟରେ ଟ୍ୱିନ ସିଟିରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ନେଇ ଆଶଙ୍କା କରାଯାଉଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬୯୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫୧୩ରେ ପହଞ୍ଚିଛି ।