Odia News Portal

ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଶୀର୍ଷରେ ରହିପାରେ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରାମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢ଼ୁଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ବିଭିନ୍ନ ସଂସ୍ଥାର ସମୀକ୍ଷା ପରେ ଜଣାପଡ଼ିଛି ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ପିକରେ ରହିପାରେ । ତେବେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଅକ୍ସିଜେନ ଯଥେଷ୍ଟ ପରିମାଣର ଅଛି । ଗତଥର କରୋନା ପିକ୍ ସମୟରେ ଯେମିତି ଅକ୍ସିଜେନ ଦରକାର ଥିଲା ତା ଠାରୁ ବି ବହୁତ ଅଧିକ ରହିଛି ।

ସେ ଆହୁରି କହିଛନ୍ତି ଯେ, ଓଡ଼ିଶା ଭାଗ୍ୟଶାଳୀ ରାଜ୍ୟ କାରଣ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ଶିଳ୍ପ ସଂସ୍ଥା ଅଧିକ ଅକ୍ସିଜେନ ଉତ୍ପାଦନ କରୁଛନ୍ତି । ବେଡ୍, ଆଇସିୟୁ ମଧ୍ୟ ଯଥେଷ୍ଟ ପରିମାଣର ରହିଛି । ୭୧ଟି କୋଭିଡ ହସ୍ପିଟାଲ ରାଜ୍ୟରେ ଥିବା ବେଳେ ୩୧ଟି ଚାଲିଛି । ୨୬ ପ୍ରତିଶତ ବେଡ, ୧୪ ଦଶମିକ ୧୮ ପ୍ରତିଶତ ଆଇସିୟୁ, ୧୦ ପ୍ରତିଶତ ଭେଟିଂଲେଟର ବ୍ୟବହୃତ ହୋଇଥିବା ସୂଚନା ଦେଇଛନ୍ତି ଡିଏମଇଟି ନିର୍ଦ୍ଦେଶକ ।