Odia News Portal

ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷିବ, ୨୮ରୁ ବଢିବ ବର୍ଷାର ପରିମାଣ

ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ହେବ । ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୨୭ରୁ ୨୯ ଯାଏ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ରୁ ବଢିବ ବର୍ଷାର ପରିମାଣ ।୨୮ ତାରିଖରେ ଅତିପ୍ରବଳ ବର୍ଷା ପାଇଁ ଦକ୍ଷିଣ ଓଡ଼ିଶାର ପାଞ୍ଚ ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୯ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଅତିଭୀଷଣ ବର୍ଷା ପାଇଁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ।