Odia News Portal

ଓଡ଼ିଶା ଉପକୂଳରୁ ୪୦୦ କିଲୋମିଟର ଦୂର ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଭୂକମ୍ପ

ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଆସିଛି ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୧ ରେକର୍ଡ କରାଯାଇଛି | ସକାଳ ୮:୩୨ ରେ ବଙ୍ଗୋପ ସାଗରରେ ଭୂକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଓଡ଼ିଶା ଉପକୂଳର ୪୨୧ କିଲୋମିଟର୍‌ ପୂର୍ବ-ଦକ୍ଷିଣପୂର୍ବ ଦୂରବର୍ତ୍ତୀ ବଙ୍ଗୋପସାଗର ମଧ୍ୟରେ ଭୂଗର୍ଭର ୧୦ କିଲୋମିଟର୍‌ ଗଭୀରତାରେ ଭୂମିକମ୍ପ ରେକର୍ଡ କରାଯାଇଥିଲା ।

ଅନ୍ୟପକ୍ଷରେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଟୁଇଟ୍ କରି କହିଛି । ଅରୁଣାଚଳ ପ୍ରଦେଶରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୩ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଚାଙ୍ଗଲାଙ୍ଗ ଥିଲା ।