Odia News Portal

ଥରିଲା ଆଣ୍ଡାମାନ

ଆଣ୍ଡାମାନ ନିକୋବର ଦ୍ୱିପପୁଞ୍ଜରେ ଭୂମିକମ୍ପ ଅନୁଭୂତ ହୋଇଛି। ରାତି ୨.୫୨ ମିନିଟରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ରିକ୍ଚର ସ୍କେଲରେ ଭୂମକମ୍ପର ମାତ୍ରା ୫.୦ ଥିବା ଜଣାପଡ଼ିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏହି ସୂଚନା ଦେଇଛି। ତେବେ ଏଥିରେ କୌଣସି କ୍ଷତି ହୋଇନଥିବା ସୂଚନା ରହିଛି।