Odia News Portal

ଇସ୍ତାହାର ଜାରି କଲା ବିଜେଡ଼ି, ଜାଣନ୍ତୁ କଣ ରହିଛି …

୨୦୧୯ ନିର୍ବାଚନ ପାଇଁ ଇସ୍ତାହାର ପ୍ରକାଶ କଲା ବିଜୁ ଜନତା ଦଳ । ରାଜ୍ୟ ବିଜେଡ଼ି କାର୍ୟ୍ୟାଳୟରେ ଇସ୍ତାହାର ଜାରି କଲେ ମୁଖ୍ୟମନ୍ତ୍ର । କଂଗ୍ରେସ ଓ ବିଜେପି ପୂର୍ବରୁ ଉଭୟ ଜାତୀୟ ଓ ଆଚଳିକ ସ୍ତରରେ ଇସ୍ତାହାର ପ୍ରକାଶ କରିସାରିଛନ୍ତି ।

ଇସ୍ତାହାର ଉନ୍ମୋଚନ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରସନ୍ନ ପାଟ୍ଟଶାଣୀ, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଅମର ପ୍ରମୁଖ ଉପସ୍ଥିତ ଥିଲେ । ଇସ୍ତାହାର ଜାରି କରି ନବୀନ କହିଛି,ଆମେ ପ୍ରତିଶ୍ରୁତି ପାଳନ କରିଛୁ । ଅନ୍ୟ ଦଳ ପରି ଫାଙ୍କା ପ୍ରତିଶ୍ରୁତି ଦେଉନାହିଁ । ଇସ୍ତାହାର ପ୍ରକାଶ କରିବା ସହ ଜନତାଙ୍କ ସାମ୍ନାରେ ରିପୋର୍ଟ କାର୍ଡ଼ ରଖିଛି ବିଜେଡ଼ି ।

– ବିଜେଡ଼ିର ଇସ୍ତାହାର ଥିମ୍ ‘ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶା

– ମହିଳାମାନଙ୍କର ଶସକ୍ତିକରଣ, ଚାଷୀଙ୍କ ଶସକ୍ତିକରଣ ଓ ପଛୁଆ ବର୍ଗ ଲୋକଙ୍କ ଶସକ୍ତିକରଣ ଉପରେ ବିଜେଡ଼ିର ଇସ୍ତାହାରରେ ଗୁରୁତ୍ୱ ଦିଆଯାଇଛି ।

– ଚାଷୀଙ୍କ ଉପରେ ଫୋକସ୍ କରିଛି ବିଜେଡ଼ି । କ୍ଷମତାକୁ ଆସିଲେ କାଳିଆ ଯୋଜନା ସବୁ ଦିନ ପାଇଁ ଚାଲିବ ।

– -ଦଳ ସରକାର ଗଠନର ପ୍ରଥମ ଦିନରେ ବାକି ଥିବା ୨୫ ଲକ୍ଷ ଚାଷୀଙ୍କ ଦୁଇଟି କିସ୍ତିର ୧୦,୦୦୦ ଟଙ୍କା ଏକାଥରକେ ପ୍ରଦାନ କରାଯିବ ।

– ୫୦ ହଜାର କୋଟି ଟଙ୍କା ଜଳସେଚନ ପାଇଁ ବ୍ୟୟ କରାଯିବ ।