Odia News Portal

ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦର ଟପ୍‌ କମାଣ୍ଡର ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅବନ୍ତିପୋରାର ଟ୍ରାଲ ଅଞ୍ଚଳରେ ଅବସ୍ଥିତ ତିଲୱାନି ମୋହଲ୍ଲା ୱାଗ୍ଗଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇଥିଲା, ପରେ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଯାହା ପରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଆଇଜିପି କଶ୍ମୀର କହିଛି ଯେ, ଟ୍ରାଲରେ ଚାଲିଥିବା ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦ (ଜେଏମ) ଟପ କମାଣ୍ଡର ଶ୍ୟାମ ସୋଫି ନିହତ ହୋଇଛନ୍ତି।