Odia News Portal

ଏଫଏମ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ପ୍ରଫେସର ସନ୍ତୋଷ ତ୍ରିପାଠୀ

ଭୁବନେଶ୍ୱର: ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଗଣେଶୀଲାଲ ଗୁରୁବାର ୪ ବର୍ଷ ପାଇଁ ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି।

ପ୍ରଫେସର ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟର ପିଏମ ଏବଂ ଆଇଆର ବିଭାଗର ପ୍ରଫେସର ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ୩୦ ବର୍ଷରୁ ଊର୍ଦ୍ଧ୍ବ ଶିକ୍ଷାଦାନ ଅଭିଜ୍ଞତା ଅଛି। ପ୍ରଫେସର ତ୍ରିପାଠୀ ୧୦ଟି ପୁସ୍ତକ ରଚନା କରିଛନ୍ତି। ୧୭ ପିଏଚଡି ଏବଂ ୪୦ ଏମଫିଲ୍ ଛାତ୍ରଛାତ୍ରୀଙ୍କୁ ସଫଳତାର ସହ ମାର୍ଗଦର୍ଶନ କରିଛନ୍ତି।