Odia News Portal

ଆରପାରିରେ ପାରଳାଖେମୁଣ୍ଡିର ପୂର୍ବତ୍ତନ ବିଧାୟକ ବିଜୟ କୁମାର ଜେନା

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଲଢୁଆ ଚାଷୀନେତା ବିଜୟ କୁମାର ଜେନା ଆଉ ନାହାନ୍ତି । ୯୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଗୁରାଣ୍ଡି ସ୍ଥିତ ତାଙ୍କ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ବିଜୟ କୁମାର ଜେନା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ଦୁଇ ଥର ନିର୍ବାଚିତ ହୋଇଥିଲେ । ୧୯୭୭ ଓ ୧୯୮୦ରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ବିଧାୟକ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ପାରଳାଖେମୁଣ୍ଡି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।