Odia News Portal

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବୁଟା ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ମନ୍ତ୍ରୀ ସର୍ଦାର ବୁଟା ସିଂହଙ୍କର ଶନିବାର ଦିନ ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।ବୁଟା ସିଂହ ଶିଖ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ବରିଷ୍ଠ କଂଗ୍ରେସ ନେତା ବୁଟା ସିଂହଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, ‘ବୁଟା ସିଂହ ଜୀ ଗରିବମାନଙ୍କ କଲ୍ୟାଣ ସହ ଦଳିତମାନଙ୍କ କଲ୍ୟାଣ ପାଇଁ ଜଣେ ପ୍ରଭାବି ନେତା ଥିଲେ। ବୁଟା ସିଂହ ସେମାନଙ୍କ ସ୍ୱର ଥିଲେ।’ ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିବା ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଟ୍ୱିଟ୍ କରି କହିଛନ୍ତି, ‘ସରଦାର ବୁଟା ସିଂହଙ୍କ ଦେହାନ୍ତ ଯୋଗୁଁ ଆଜି ପୁରା ଦେଶ ଜଣେ ସଚ୍ଚୋଟ ଜନସେବକ ଏବଂ ନିଷ୍ଠାପର ନେତାଙ୍କୁ ହରାଇଛି। ବୁଟା ସିଂହ ତାଙ୍କ ସମଗ୍ର ଜୀବନ ଦେଶ ସେବା ଏବଂ ଲୋକ କଲ୍ୟାଣରେ ସମର୍ପିତ କରିଥିଲେ, ଏଥିପାଇଁ ସେ ଚୀରସ୍ମରଣୀୟ ରହିବେ।’

୧୯୩୪ ମସିହା ମାର୍ଚ୍ଚ ୨୧ ତାରିଖରେ ପଞ୍ଜାବ ଜଳନ୍ଧର ଜିଲ୍ଲାର ମୁସ୍ତଫାପୁର ଗାଁରେ ଜନ୍ମଗ୍ରହଣ କରିଥିଲେ ସର୍ଦାର ବୁଟା ସିଂହ । ସେ ୮ଥର ଲୋକସଭାକୁ ମନୋନୀତ ହୋଇଥିଲେ । ନେହରୁ ଏବଂ ଗାନ୍ଧୀ ପରିବାରର ଅତି ଘନିଷ୍ଠ ଥିଲେ ସର୍ବାର ବୁଟା ସିଂହ । ତାଙ୍କ ରାଜନୈତିକ କ୍ୟାରିୟରରେ ସେ କେନ୍ଦ୍ର ଗୃହ ମନ୍ତ୍ରୀ, କୃଷି ମନ୍ତ୍ରୀ, ରେଳ ମନ୍ତ୍ରୀ ଏବଂ ଖେଳ ମନ୍ତ୍ରୀ ରହିଥିଲେ । ଏହାସହ ସେ ବିହାରର ରାଜ୍ୟପାଳ ଏବଂ ଜାତୀୟ ଅନୁସୂଚୀତ ଜାତି ଆୟୋଗର ଅଧ୍ୟକ୍ଷ ଭାବେ ମହତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନିର୍ବାହ କରିଥିଲେ ।