Odia News Portal

ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରୀ ତେଲ

ପୁରୀ: ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ । ମଧ୍ୟାହ୍ନ ଧୂପ ପରେ ପରମ୍ପରା କ୍ରମେ ବଡ ଓଡିଆ ମଠରୁ ଆସିଥିବା ଫୁଲୁରି ତେଲ ଲାଗି ହେବ । ଫୁଲୁରି ତେଲ ମାଲିସ ପରେ ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେବା ବିଶ୍ୱାସ ରହିଛି ।ଆୟୁର୍ବେଦୀୟ ଉପଚାରରେ ଧୀରେଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ। ଚଳିତବର୍ଷ ୧୫ ଦିନ ପାଇଁ ଅଣସର ନୀତି ପାଳନ ହେବ। ଏବେ ମହାପ୍ରଭୁଙ୍କ ତାଟି ଘରେ ଧଳା ଫୁଲ ଓ ଏକବସ୍ତ୍ର ପରିଧାନ ସହ ଫଳମୂଳ ଭୋଗ ଲାଗି କରାଯାଉଛି। ଗତକାଲି ଶ୍ରୀଅଙ୍ଗ ଫିଟା ନୀତି କରାଯାଇଥିଲା । ସୂଚନା ଥାଉକି, ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ । ଅଣସର ଘରେ ତାଙ୍କର ଉପଚାର ଚାଲିଛି ।