Odia News Portal

ଗଞ୍ଜାମର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ

*୧୪ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ |

ଗଞ୍ଜାମ: କରୋନାକୁ ଦୃଷ୍ଟିରେ ରଖି ଗଞ୍ଜାମରେ ନୂଆ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ ।ଆସନ୍ତା ୧୪ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଗଞ୍ଜାମର ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ | ଏହାବ୍ୟତୀତ ପର୍ଯ୍ୟଟନସ୍ଥଳୀ, ବ୍ରହ୍ମପୁର ରାମଲିଙ୍ଗେଶ୍ୱର ପାର୍କ, ଗୋପାଳପୁର, ସୁନାପୁର ବେଳାଭୂମି, ଜିଲ୍ଲାର ସମସ୍ତ ପାର୍କ ବନ୍ଦ ରହିବ । ଗଞ୍ଜାମର ମନ୍ଦିର, ପାର୍କ, ସମୁଦ୍ରବେଳାଭୂମି, ଗ୍ରାଉଣ୍ଡ ଓ ବିଭିନ୍ନ ହ୍ରଦକୁ ୭ ଦିନ ପାଇଁ ବନ୍ଦ କରିଛି ଜିଲ୍ଲା ପ୍ରଶାସନ । ଆସନ୍ତାକାଲିଠାରୁ ଜିଲ୍ଲାରେ ଏହି କଟକଣା ଜାରି ହେବ ।

ଏହି ସମୟରେ ସଂପୃକ୍ତ ସ୍ଥାନଗୁଡିକୁ ସାନିଟାଇଜ କରାଯିବ । ସେହିଭଳି ସର୍ବସାଧାରଣ ସ୍ଥାନରେ ବି ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ଉପରେ କଟକଣା ଜାରି କରାଯାଇଛି । ଜିଲ୍ଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୭୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।