Odia News Portal

ବିଜେପି ଛାଡିଲେ ଗିରିଧର ଏବଂ ପୁଅ ଶିଶିର ଗମାଙ୍ଗ

ବିଜେପି ଛାଡିଲେ ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ । ଦଳର ପ୍ରାଥମିକ ସଦସ୍ୟ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଯେ. ପି ନଡ୍ଡାଙ୍କୁ ପଠାଇଲେ ଇସ୍ତଫା ପତ୍ର । ତେବେ ଖୁବଶୀଘ୍ର ସେ କେ. ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ବିଆରଏସରେ ସାମିଲ ହେବେ ବୋଲି କୁହାଯାଉଛି । ଗିରିଧର ଗମାଙ୍ଗ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ଓଡିଶାର ଲୋକଙ୍କ ପାଇଁ ଗଲା କିଛି ବର୍ଷ ଧରି ସେ ନିଜ ରାଜନୈତିକ, ସାମାଜିକ ଓ ନୈତିକ କର୍ତ୍ତବ୍ୟ କରିପାରିନାହାଁନ୍ତି। ସେଥିପାଇଁ ସେ ବିଜେପିରୁ ଇସ୍ତଫା ଦେଉଛନ୍ତି । ନିଜ ଇସ୍ତଫା ପତ୍ରରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି ଗିରିଧର ଗମାଙ୍ଗୋ । ସେହିପରି ତାଙ୍କ ପୁଅ ଶିଶିର ଗମାଙ୍ଗୋ ମଧ୍ୟ ବିଜେପି ଛାଡିଛନ୍ତି । ୨୦୧୫ ମସିହାରେ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିଥିଲେ ଗିରିଧର ଗମାଙ୍ଗ ଏବଂ ଶିଶିର ଗମାଙ୍ଗ।