Odia News Portal

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବଙ୍କ ପରଲୋକ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ବରିଷ୍ଠ ସ୍ତମ୍ଭକାର ଗୌର ମୋହନ ଷଡ଼ଙ୍ଗୀଙ୍କ ପରଲୋକ ହୋଇଯାଇଛି। ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଗୌର ମୋହନ । ଦୀର୍ଘ ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଓଡ଼ିଶା ପ୍ରାଶାସନିକ ଅଧିକାରୀ ଥିବା ଗୌର ମୋହନ ଷଡ଼ଙ୍ଗୀ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିଲେ । ବହୁ ବିଶିଷ୍ଟ ବ୍ୟକ୍ତି ଟାଙ୍ଗୀ ମଦନମୋହନସାହିସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଛନ୍ତି ।