Odia News Portal

୫ ଟି ଜିଲ୍ଲାରେ ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ସ୍ୱତନ୍ତ୍ର ପ୍ରସ୍ତୁତି

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ୨୮ ତାରିଖରେ ସ୍ଥଳଭାଗ (ଲ୍ୟାଣ୍ଡଫଲ୍) ଛୁଇଁବ। ତେବେ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ଓ ପବନ ବହିବାର ସମ୍ଭାବନା ରହିଛି।ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଅଛି । ଅନ୍ୟାନ୍ୟ ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ଏହି ୫ଟି ଜିଲ୍ଲାରେ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ୨୮ ଓ ୨୯ ତାରିଖ ଦିନ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ମୁକାବିଲା ପାଇଁ ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନଗୁଡ଼ିକ ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଏବଂ ମାଲକାନଗିରି ବିଭିନ୍ନ ପଦକ୍ଷେପ ନିଆଯାଇଛି। ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ଜିଲ୍ଲାସ୍ତରୀୟ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ସମସ୍ତ ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ କୁହାଯାଇଛି।୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍  ଖୋଲା ହୋଇଛି ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ଜରୁରୀକାଳୀନ ଅପରେସନ୍ କେନ୍ଦ୍ର  ସମେତ ସମସ୍ତ ବ୍ଲକ, ତହସିଲ ଓ ପୌରାଞ୍ଚଳରେ ୨୪/୭ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକାରୀ କରାଯାଇଛି।ଟୋଲ୍-ଫ୍ରି ନମ୍ବର,ସମେତ ଜିଲ୍ଲାଗୁଡ଼ିକର ସ୍ୱତନ୍ତ୍ର ହେଲ୍ପଲାଇନ୍ ନମ୍ବର ଜନସାଧାରଣଙ୍କ ପାଇଁ ଉପଲବ୍ଧ ଅଛି।’

କଚ୍ଚାଘର, ଝୁମ୍ପଡ଼ି ଓ ନିମ୍ନ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ନିରାପଦ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଉଛି। ଯେଉଁ ମାଆମାନଙ୍କର ପ୍ରସବ ସମୟ ନିକଟବର୍ତ୍ତୀ ଅଛି, ସେମାନଙ୍କୁ ଚିହ୍ନଟ କରି ପୂର୍ବରୁ ନିକଟସ୍ଥ ଡାକ୍ତରଖାନା, CHC, PHC  କୁ ଅଣାଯାଉଛି। ଏହାଛଡ଼ା ବୃଦ୍ଧ, ଶିଶୁ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲା (ଗଂଜାମ, ଗଜପତି,ରାୟଗଡ଼ା,କୋରାପୁଟ, ମାଲକାନଗିରି) କୁ ସର୍ବାଧିକ ସତର୍କ କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ୍ (ODRAF) ଏବଂ ଏନଡିଆରଏଫ୍ (NDRF) ଟିମ୍‌ଗୁଡ଼ିକୁ ବ୍ୟାପକ ଭାବେ ମୁତାବୟନ କରାଯାଇଛି। ଏହି ୫ଟି ଜିଲ୍ଲାରେ ମୋଟ୍ ୨୪ଟି ଓଡ୍ରାଫ୍ ଟିମ୍ ଏବଂ ୬ଟି ଏନଡିଆରଏଫ୍ ଟିମ୍ ନିୟୋଜିତ ଅଛନ୍ତି।