Odia News Portal

ସୁରକ୍ଷା କର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦନ୍ତେୱାଡା-ଜିଲ୍ଲାରେ ସୁରକ୍ଷା କର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ମୃତ ମାଓବାଦୀ ବିଜାପୁର ଜିଲ୍ଲା ଭୈରମଗଡ଼ ଏରିଆ କମିଟିର ଏସିଏମ୍ ରାଜେଶ ପୁନେମ ବୋଲି ଜଣାପଡିଛି । ରାଜେଶ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଜଙ୍ଗଲରେ ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର ଭଣ୍ଡାର ଥିବା ସୂଚନା ପାଇବା ପରେ ଅପରେସନ ଆରମ୍ଭ ହୋଇଥିଲା । ଗିଦମ ଅଞ୍ଚଳର ଗୁମଲାନାର, ଗିରସାପାରା ଏବଂ ନେଲଗୋଡା ଜଙ୍ଗଲରେ ଯବାନଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀ ପ୍ରଥମେ ଗୁଳି ଚାଳନ କରିଥିଲେ।  ପାଲଟା ଜବାବ ଦେଇଥିଲେ ସୁରକ୍ଷା କର୍ମୀ ।