ASO ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଓଡ଼ିଶା ହାଇକୋର୍ଟ ରୋକ୍ ଲଗାଇଛନ୍ତି। ଜଣିକିଆ ଖଣ୍ଡପୀଠ ରାୟ ଉପରେ ରହିତାଦେଶ ଲାଗିଛି। ଏହାସହ ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍ସିକୁ ନୋଟିସ୍ କରାଯାଇଛି। ସେପ୍ଟେମ୍ବର ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଉଲ୍ଲେଖେଯୋଗ୍ୟ, ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଥିଲେ ।
ମୂଲ୍ୟାୟନ ପଦ୍ଧତିରେ ହଠାତ୍ ପରିବର୍ତ୍ତନ ଆଣି ପ୍ରତି ବିଷୟରେ କ୍ୱାଲିଫାଇଂ ମାର୍କ ବ୍ୟବସ୍ଥା ଲାଗୁ କରିଥିଲା OPSC ଏବଂ ଗୋଟିଏ ପଦ ପାଇଁ ଦେଢ଼ ଜଣ ଆଧାରରେ ମୋଟ୍ ୧୧ ଶହ ୪ ପ୍ରାର୍ଥୀଙ୍କର ମେରିଟ୍ ଲିଟ୍ ପ୍ରକାଶ କରିଥିଲା । ଫଳରେ ଏହାକୁ ନେଇ ବିବାଦ ସୃଟି ହୋଇଥିଲା।