Odia News Portal

କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ଆବେଦନ | କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ । ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । କମ୍ପାନୀରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ମାସ ୪ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଏବେ ଝାରପଡ଼ା ଜେଲ୍‌ରେ ଥିବା ବିଧାୟକ ପାଣିଗ୍ରାହୀ ଜାମିନ ଆବେଦନ କରିଥିବା ବେଳେ ଆଜି ହାଇକୋର୍ଟରେ ତାଙ୍କ ଅଭିଯୋଗର ଶୁଣାଣି ହୋଇଥିଲା।