Odia News Portal

ହୀରାକୁଦ ଜଳଭଣ୍ଡାରରୁ ପୁଣି ବନ୍ଦ ହେଲା ୪ଟି ଗେଟ୍‌, ୨୮ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ସନ୍ଧ୍ୟାରେ ପୁଣି ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଆଜି ପର୍ଯ୍ୟାୟ କ୍ରମେ ହୀରାକୁଦ ଜଳଭଣ୍ଡାରରୁ ମୋଟ ୧୨ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି ଗେଟ୍‌ ବନ୍ଦ କରିଦିଆଯିବା ପରେ ଏବେ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏଥିରେ ବାମ ପାର୍ଶ୍ବରୁ ୨୦ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ ହୀରାକୁଦ ଜଳଭଣ୍ଡାରରୁ ଆହୁରି ଗେଟ୍‌ ବନ୍ଦ କରି ଦିଆଯାଇପାରେ। ପର୍ଯ୍ୟାୟ କ୍ରମେ ଡ୍ୟାମ୍‌ରୁ ଗେଟ୍‌ଗୁଡ଼ିକ ଖୋଲି ଦିଆଯିବା ପରେ ମହାନଦୀରେ ବନ୍ୟାଜଳ ହ୍ରାସ ପାଇବ, ଯାହାକୁ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରିବ।