Odia News Portal

ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ରେଜଲ୍ଟ । କାଲି ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ମିଳିଛି । ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ (ଆଇଏସ୍ସିଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଥିଲା ।

ବିଜ୍ଞପ୍ତିରେ ଆଇଏସ୍ସିଇ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ସଚିବ ଗେରୀ ଆରାଥୋନ ପ୍ରକାଶ କରିଥିଲେ , ମେ ୪ରୁ ଆଇଏସ୍ସିଇ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅଫଲାଇନ୍ରେ ହେବାର ଥିଲା; କିନ୍ତୁ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ଉଗ୍ରରୂପ ଧରି କାୟା ବିସ୍ତାର କରୁଛି। ଏହି ସମୟରେ ବିଦ୍ୟାର୍ଥୀଙ୍କ ସ୍ବାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯାଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି ।