Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୪,୩୭୩ରେ ପହଞ୍ଚିଛି।