Odia News Portal

IPS ସ୍ତରରେ ଅଦଳ ବଦଳ, ବ୍ରିଜେଶ ରାୟ ହେଲେ ଅତିରିକ୍ତ ପୁଲିସ୍ କମିଶନର

IPS ସ୍ତରରେ ଆଜି ଏକ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୃହ ବିଭାଗରେ ଓଏସ୍‌ଡ ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅରୁଣ ରାୟଙ୍କୁ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ସ୍ୱତନ୍ତ୍ର ଡିଜିପି, ଏଚ୍‌ଆର୍‌ପିସି ଭାବେ କାର୍ଯ୍ୟ କରୁଥିବା ୧୯୮୯ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅମୃତ ମୋହନ ପ୍ରସାଦଙ୍କୁ ଜେଲ୍ ବିଭାଗ ଡିଜି ଭାବେ ବଦଳି କରାଯାଇଛି। ୧୯୮୮ ବ୍ୟାଚ୍ ଆଇପିଏସ୍ ମନୋଜ କୁମାର ଛାବ୍ରା ଆଜି ସରକାରୀ ଚାକିରିରୁ ଅବସର ନେବା ପରେ ଅମୃତ ମୋହନ ପ୍ରସାଦଙ୍କୁ ଜେଲ୍ ବିଭାଗ ଡିଜି ଭାବେ ବଦଳି କରାଯାଇଛି।  

ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଥିବା ୧୯୯୨ ବ୍ୟାଚ୍‌ର ଆଇପିଏସ୍ ଅଫିସର ଲଳିତ ଦାସଙ୍କୁ ଅତିରିକ୍ତ ଡିଜିପି, ଏଚ୍‌ଆର୍‌ପିସି ଭାବେ ବଦଳି କରାଯାଇଛି।

ଭୁବନେଶ୍ୱର-କଟକ କମିଶନରେଟ୍ ପୁଲିସ୍‌ରେ ଅତିରିକ୍ତ ପୁଲିସ୍ କମିଶନର ଥିବା ୨୦୦୮ ବ୍ୟାଚ୍‌ର ଆଇପିଏସ୍ ଅଫିସର ଉମାଶଙ୍କର ଦାଶଙ୍କୁ ଏସ୍‌ଆଇଡବ୍ଲ୍ୟୁର ଡିଆଇଜି ଭାବେ ବଦଳି କରାଯାଇଛି।