Odia News Portal

ଆଜି ପଇତାଲାଗି ହେବେ କଳାଠାକୁର

ବୈଶାଖ କୃଷ୍ଣ ଦ୍ଵାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କୁ ଲାଗି ହେବ ପଇତା।ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନକୁ ବାସୁଙ୍ଗାପାଟରେ ପ୍ରସ୍ତୁତ ଏହି ପଇତା ସୁରକ୍ଷା ଦେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ ।ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଏହି ଗୁପ୍ତ ସମ୍ପାଦିତ ହେବାକୁ ଥିବା ବେଳେ,,ଗୋଷ୍ଠୀଗତ ଭାବରେ ଏହି ନୀତିକୁ ଦଇତାପତି ସେବାୟତ ମାନେ ସମ୍ପାଦିତ କରିବେ ।ନୀତି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ବାସୁଙ୍ଗା ପାଟ ନେଇ ପାଟରା ସେବକ ମାନେ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ଏବଂ ଏହି ପଇତାକୁ ଦେଉଳ-କରଣ ଙ୍କୁ ଯୋଗାଇଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତାକୁ ଶ୍ରୀବିଗ୍ରହଙ୍କୁ ଲାଗି କରାଯାଇଥାଏ। ତେବେ ଆଗକୁ ସ୍ନାନଯାତ୍ରା ଥିବାବେଳେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ପଇତା ଲାଗିର ପରମ୍ପରା ରହି ଆସିଛି ।