ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ ପ୍ରତିବାଦରେ ବିଜେପି ଓ ସ୍ଥାନୀୟ ବ୍ୟବସାୟୀଙ୍କ ପକ୍ଷରୁ ଲକ୍ଷ୍ମୀସାଗର ଗୋଲେଇ ଛକ ରାସ୍ତା ଅବରୋଧ କରାଯାଇଛି। ଦୋକାନୀମାନଙ୍କୁ କ୍ଷତିପୂରଣ ଓ ଥଇଥାନ ଦାବିରେ ରାସ୍ତା ଅବରୋଧ କରାଯାଇଥିବା ବେଳେ ପୁଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଥିଲା ।
ସୂଚନା ଯେ, ୩ ଏକର ୨୦୭ ଡେସମିଲ ଜାଗାରେ ୨୦୦ରୁ ଉର୍ଦ୍ଧ୍ବ ଦୋକାନ ଉଚ୍ଛେଦ ହୋଇଥିବା ବେଳେ ଅଞ୍ଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଥିଲା। ଏହାକୁ ନେଇ ଦୁଇ ଜଣ ଲୋକ ଆସି ଗାଳିଗୁଲଜ କରିବାରୁ ପୁଲିସ ଉଭୟଙ୍କୁ ଅଟକ ରଖିଛି । ସ୍ଥାନୀୟ ଲୋକେ ଟାୟାର୍ ଜାଳି ରାସ୍ତା ଅବରୋଧ କରିଛନ୍ତି। ଗତ ପୌର ନିର୍ବାଚନରେ ବିଜେପିର ମେୟର ପ୍ରାର୍ଥୀ ହୋଇଥିବା ଡକ୍ଟର ସୁନୀତି ମୁଣ୍ଡ, ବରିଷ୍ଠ ବିଜେପି ନେତା ବାବୁ ସିଂହ, ଜଗନ୍ନାଥ ପ୍ରଧାନ ଓ ସ୍ଥାନୀୟ ବିଜେପି କର୍ପୋରେଟର୍ ଧରିତ୍ରୀ ଜେନା ପ୍ରମୁଖ ମଧ୍ୟ ରାସ୍ତା ଅବରୋଧରେ ସାମିଲ ହୋଇଛନ୍ତି। ଯେପର୍ୟ୍ୟନ୍ତ ବ୍ୟବସାୟୀମାନେ ନ୍ୟାଯ୍ୟ ଦାବି ମିଳିବ ନାହିିଁ ସେ ପର୍ୟ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ବିଜେପି ନେତା ବାବୁ ସିଂହ କହିଛନ୍ତି।
ଘଟଣାସ୍ଥଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। କିଛି ନୋଟିସ ନଦେଇ ଆଜି ସକାଳୁ ସକାଳୁ ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ ହେଉଥିବାରୁ ବ୍ୟବସାୟୀ ଓ ବାସିନ୍ଦାମାନେ ଅସନ୍ତୋଷ ପ୍ରକାଶ କରିବା ସହ ଏହାକୁ ବିରୋଧ କରିଛନ୍ତି। ଦୀର୍ଘ ଦିନ ଧରି ବିଏମସି ପକ୍ଷରୁ ଏଠାରେ ଥିବା ଦୋକାନକୁ ଭଙ୍ଗାଯାଉଥିବାକୁ ବି ବିରୋଧ କରାଯାଉଛି। ଘଟଣା ସଂପର୍କରେ ଖବର ପାଇ ଗତ ପୌର ନିର୍ବାଚନରେ ବିଜେପିର ମେୟର ପ୍ରାର୍ଥୀ ହୋଇଥିବା ଡକ୍ଟର ସୁନୀତି ମୁଣ୍ଡ, ବରିଷ୍ଠ ବିଜେପି ନେତା ବାବୁ ସିଂହ ଓ ଜଗନ୍ନାଥ ପ୍ରଧାନ ପ୍ରମୁଖ ପହଞ୍ଚିଥିଲେ।। ସେମାନେ ଏହାକୁ ରାଜନୈତିକ ଆକ୍ରୋଶ ବୋଲି ଅଭିଯୋଗ କରିଛନ୍ତି। ଯେହେତୁ ସେହି ୱାର୍ଡରେ ବିଜେପିର କର୍ପୋରେଟର୍ ପ୍ରାର୍ଥୀ ବିଜୟୀ ହୋଇଛନ୍ତି, ତେଣୁ ବିଜେଡି ଜାଣିଶୁଣି ଏଭଳି ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ କରାଉଛି ବୋଲି କହିଛନ୍ତି।
Sign in
Sign in
Recover your password.
A password will be e-mailed to you.
