Odia News Portal

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ମୃତ

ଜାମ୍ମୁ ଓ କାଶ୍ମୀରରେ ଆତଙ୍କୀ ହମଲା। ସୋପିଆନର କିଗମ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀମାନେ ଆକ୍ରମଣ କରିଥିଲେ। ସଂପୃକ୍ତ ଅଞ୍ଚଳରେ ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଏବବି ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି। ୨୦୧୯ରେ ଏପର୍ଯ୍ୟନ୍ତ ୧୧୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସହିଦ୍ ହୋଇଛନ୍ତି ୬୫ ଯବାନ୍।