Odia News Portal

ଖୁବ୍‌ଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ

ଖୁବ୍‌ଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତୀକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ DGCA ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ୍‌ ସିଗ୍ନାଲ ଦେଇଛନ୍ତି।

ଏହାସହ ବିମାନ ଚଳାଚଳ ପାଇଁ DGCA ଲାଇସେନ୍ସ ପ୍ରଦାନ କରିଛନ୍ତି। DGCAର ଲାଇସେନ୍ସ ପରେ ଟ୍ୱିଟ୍‌ କରି ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବ୍‌ଶୀଘ୍ର ଉତ୍କେଲା ଓ ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ କରିବ ବୋଲି ଟ୍ୱିଟ୍‌ କରି କହିଛନ୍ତି ମୁଖ୍ୟମନ୍ତ୍ରୀ।