କେନ୍ଦ୍ରାପଡା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଗସ୍ତରେ ଯାଇ ମହିଳା ସମାବେଶରେ ଯୋଗଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି । ଲୋକସଭା ନିର୍ବାଚନରେ ଏକ ତୃତୀୟାଂଶ ମହିଳା ପ୍ରାର୍ଥି ଦେବ ବିଜେଡି । ଏପରିକି ୩୩ ପ୍ରତିଶତ ମହିଳା ସଂସଦକୁ ଯିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କେନ୍ଦ୍ରାପଡା ବାରୋ ସିଦ୍ଧମଠ ପଡ଼ିଆରେ ମିଶନ ଶକ୍ତି ମହିଳା ସମାବେଶରେ ଯୋଗଦେଇଛନ୍ତି ନବୀନ ।
ଏହି ସମାବେଶରେ ଲକ୍ଷାଧିକ ମହିଳା ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମହିଳା ସମାବେଶରେ କେନ୍ଦ୍ରାପଡା ଜିଲ୍ଲାର ୯ଟି ବ୍ଲକ୍ ଓ କଟକ ଜିଲ୍ଲାର ୪ଟି ବ୍ଲକରୁ ପ୍ରାୟ ୧ ଲକ୍ଷ ମହିଳା ଯୋଗଦେଇଛନ୍ତି । କାର୍ଯ୍ୟକ୍ରମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି