Odia News Portal

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକ୍-ବୋଲେରୋ ମୁହାଁମୁହିଁ , ୩ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳଠାରେ ଘଟିଛି ଦୁର୍ଘଟଣା । ଟ୍ରକ୍ ସହ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟଲୋକ ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ କରିଛନ୍ତି । ଗୁରୁତରଙ୍କୁ କେନ୍ଦ୍ରାପଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।